ମା ଶୈଳପୁତ୍ରୀଙ୍କ କାହାଣୀ | ନବଦୁର୍ଗା କଥା | Nabaratri Katha | Durga Animated Cartoon Story |HukeHu
Автор: Huke Hu TV
Загружено: 2024-10-03
Просмотров: 81016
ହିନ୍ଦୁ ଧର୍ମରେ ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଧମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ |
ଶୈଳପୁତ୍ରୀ: ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ। ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନାଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ। ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି।
ବ୍ରହ୍ମଚାରିଣୀ: ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ। ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ। ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି।
ଚନ୍ଦ୍ରଘଣ୍ଟା : ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ। ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।
କୁଷ୍ମାଣ୍ଡା: ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି। ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି।
ସ୍କନ୍ଧମାତା: ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଧମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଧକୁ କୋଳରେ ବସାଇଥାନ୍ତି ।
କାତ୍ୟାୟନୀ: ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନ କୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା
କାଳରାତ୍ରୀ: ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ।ଏହା ଦେବୀଙ୍କ ବିକଟାଳ ରୂପ। ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ୍ଗ ଧାରଣ କରିଥାନ୍ତି।
ମହାଗୌରୀ: ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ।ଏହା ଦେବୀଙ୍କ ସୌମ୍ୟ ରୂପ। ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି।
ସିଦ୍ଧିଦାତ୍ରୀ: ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି।(କେତେକ ଧର୍ମଗ୍ରନ୍ଥରେ ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି) ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ।
Narrated by Smt. Namita Agrawal
Scripted by Bijay Malla
Sidharth TV ପ୍ରସ୍ତୁତ ଏହି Animation Cartoon ଭିଡିଓଟି ଯଦି ଭଲଲାଗିଥାଏ ତେବେ ଏହି ଭିଡିଓକୁ Like କରନ୍ତୁ, Share କରନ୍ତୁ, Comment କରନ୍ତୁ ଏବଂ ସବୁଦିନ ନୂଆ ନୂଆ cartoon video ର Notification ପାଇବାକୁ ଆମ YouTube ଚ୍ୟାନେଲ୍ "Huke Hu TV" କୁ Subscribe କରନ୍ତୁ ଓ Bell ର Button ପ୍ରେସ୍ କରନ୍ତୁ I ଧନ୍ୟବାଦ I
-----------------------------------------------
For new videos, please watch our other YouTube Channels:
Sidharth TV: / @officialsidharthtv
Sidharth Music: / @sidharthmusic
Namita Agrawal: / @namitaagrawal
Puni Thare: / @punithare
Odia Agana: / @sidharthbhakti
Odia HD: / @odiahd
Bobal: / @bobalodia
DCD Odia: / @dcdodia
Odia E News: / @sidharth-mix
Also to get updates, please follow us on our Facebook Pages:
/ sidharthmusicodia
/ sidharthtvofficial
/ odiaenews
#HukeHuTV #OdiaCartoonStory #OdiaAnimalStory #HookeHooTV #HukeHooTV
Доступные форматы для скачивания:
Скачать видео mp4
-
Информация по загрузке: