ବୋଡ଼େନ ବ୍ଲକରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Автор: Gaon Gahali Khabar
Загружено: 2025-11-17
Просмотров: 115
ବୋଡ଼େନ ବ୍ଲକରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l
ନୂଆପଡା, ତା ୧୭/୧୧/୨୫
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ ,ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୩୦ଗୋଟି ବ୍ୟକ୍ତିଗତ ଓ ୧୧ ଟି ଗୋଷ୍ଠିଗତ ଏଭଳି ମୋଟ ୪୧ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା ,ଡେପୁଟୀ କଲେକ୍ଟର ଶେଖ୍ ନସିମ , ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରା ଯାଇଥିଲା । ସେହିପରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା l ଏହି ଅବସରରେ ଫର୍ଶରା ଗାଁରେ ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ ପାଇଁ ଦିନଟିଏ ନାମରେ ଗୋଟିଏ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା l
Доступные форматы для скачивания:
Скачать видео mp4
-
Информация по загрузке: