GITINATYA JANAMASTAMI | ଗୀତିନାଟ୍ୟ - ଜନ୍ମାଷ୍ଟମୀ | ଶ୍ରୀକୃଷ୍ଣ ଅବତାର କଥା | Sidharth Bhakti
Автор: Sidharth Bhakti
Загружено: 2017-08-13
Просмотров: 3120170
ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ିଥାନ୍ତି । ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀମାନଙ୍କ ଭିତରେ ଜନ୍ମାଷ୍ଟମୀ ଅନ୍ୟତମ। ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଲୋକମାନେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ବହି ପାଠ କରିଥାନ୍ତି [୫]
ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନକରିଥାନ୍ତି ଓ ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ କରିଥାନ୍ତି ଓ ସେବନ କରିଥାନ୍ତି ।
ଦ୍ଵାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସ ଦ୍ଵାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ । ଜଗନ୍ନାଥ ଦାସଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ଵାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।
#SidharthBhakti #SidharthTV #NamitaAgrawal #SidharthMusic #OdiaAgana #SitaramAgrawal #odiabhajan #odiasong #jayjagannathtv
Доступные форматы для скачивания:
Скачать видео mp4
-
Информация по загрузке: