କହିବାକୁ କି ଡର | ନୂଆ ସକାଳର ଆଶା | REV. NIRANJAN TURUK | SAMPARK INDIA
Автор: SAMPARK INDIA
Загружено: 2025-12-06
Просмотров: 1437
Thought of the day: କହିବାକୁ କି ଡର
ଯିହିଜିକଲ ୨:୧-୭
ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା। ସେ କଥା କହିବା ବେଳେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି। ପୁଣି, ସେ ମୋତେ କହିଲେ,ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ହିଁ କରୁଅଛନ୍ତି। ସେହି ସନ୍ତାନମାନେ ନିର୍ଲଜ୍ଜମୁଖ ଓ କଠିନଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ। ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି ଓ ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ। ସେମାନେ ଅତ୍ୟ; ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
Join this channel to get access to perks: / @samparkdigitalindia
FOLLOW US ON YOUTUBE / samparkdigitalmedianetwork FOLLOW US ON INSTAGRAM / samparkdigitalmedianetwork Contact for more details: +91-8018611082
Доступные форматы для скачивания:
Скачать видео mp4
-
Информация по загрузке: